ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୪ ଜିଲ୍ଲାରେ ସ୍କୁଲ ଛୁଟି ,ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୪ ଜିଲ୍ଲାରେ ସ୍କୁଲ ଛୁଟି । ଖୋର୍ଦ୍ଧା , ଗଜପତି, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଖୋର୍ଦ୍ଧାରେ ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ, ଶିଶୁ ବାଟିକା ଇତ୍ୟାଦି ବନ୍ଦ ରହିବ । ଗଞ୍ଜାମ ଜିଲ୍ଲାରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ପାଇଁ ୩ ଦିନିଆ ଛୁଟି ଘୋଷଣା କରାଯାଇଛି । ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ଜଗତସିଂହପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ଭାବ୍ୟ ବର୍ଷାଜନିତ ସମସ୍ୟାକୁ ନଜରରେ ରଖି ପ୍ରଶାସନ ଏହି ପଦକ୍ଷେପ ନେଇଛି । ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ ଠାରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଏବଂ ସମସ୍ତ ଅଙ୍ଗନବାଡି କେନ୍ଦ୍ର ଆଜିଠୁ ୨୪ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛି ଜିଲ୍ଲା ଶିକ୍ଷା ବିଭାଗ ।

Leave a comment