ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି । ତେବେ କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନ୍ଫିଡେନ୍ସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ତଦନ୍ତରେ ସହଯୋଗ କରିବା ଏବଂ ଟ୍ରାଏଲ କୋର୍ଟଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ ଯାଇପାରିବେ ନାହିଁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।ସୂଚନାଯୋଗ୍ୟ ଯେ, ଗତବର୍ଷ ଜୁଲାଇ ୧୯ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବାର ଥିଲା । ତାର ଗୋଟିଏ ଦିନ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହେଲା । ଯାହା ଫଳରେ ପରୀକ୍ଷା ବାତିଲ ହେଲା । ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । ଅଗଷ୍ଟ ୩ ତାରିଖରେ ଏହି ବୋର୍ଡର ଉପ ସଭାପତି ଥିବା ନିହାର ମହାନ୍ତି ଗିରଫ ହେଲେ । ପରେ ଆଉ ୭ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗିରଫଦାରୀ ପରଠାରୁ ସମସ୍ତ ଅଭିଯୁକ୍ତ ଜେଲ୍ରେ ଥିଲେ । ପ୍ରଶ୍ନପତ୍ର ପ୍ରଘଟ କାରଣରୁ ପ୍ରଥମେ ପରୀକ୍ଷା ବାତିଲ କରିଥିଲା ମାଧ୍ୟମିକ ଶିକ୍ଷା ପରିଷଦ । ଗତବର୍ଷ ସେପ୍ଟେମ୍ବର ୨୭ ତାରିଖରେ ହୋଇଥିଲା ସ୍ପେଶାଲ ଓଟିଇଟି ପରୀକ୍ଷା ।
Trending
- ରାଜ୍ୟରେ ସାଧାରଣ ବସ୍ଠାରୁ ଆରମ୍ଭ କରି ଏସି ଓ ସୁପର ପ୍ରିମିୟମ୍ ବସ୍ ପର୍ଯ୍ୟନ୍ତ ସବୁ ବର୍ଗର ବସ୍ ଭଡ଼ା ବୃଦ୍ଧି
- ପିଲାମାନଙ୍କ ଭିତରେ ଲୁଚି ରହିଥିବା ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ସୁରଭି ମହୋତ୍ସବ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଏୟାର ଇଣ୍ଡିଆ ବିମାନକୁ ହାଇଜାକ୍ ଧମକ,ଣେ ବ୍ୟକ୍ତି ଗିରଫ
- ନେପାଳରେ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ୧୦ ମୃତ ୫ ଆହତ
- ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଗ୍ୟାସ୍ ଫିଲିଂ ବେଳେ ଫାଟିଲା କମ୍ପ୍ରେସର,ଜଣେ ମୃତ ୨ ଗୁରୁତର
- ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୭’ଉଦଘାଟିତ, ନଭେମ୍ବର ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ
- ମାତ୍ର ୧୨ ଘଣ୍ଟା ମଧ୍ୟରେ ଦେଶରେ ଦୁଇଟି ରେଳ ଦୁର୍ଘଟଣା ସାମ୍ନାକୁ ଆସିଛି
- ବୃନ୍ଦାବତୀ ନିବାସରେ ହବିଷ୍ୟାଳୀ ମାଆମାନଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଜମି ଠକେଇ ଅଭିଯୋଗରେ ସବରେଜିଷ୍ଟ୍ରାର ଅଫିସ୍ କର୍ମଚାରୀ ଗିରଫ
- ଦେଶର ସ୍ୱଚ୍ଛ ଉପକୂଳ ସହର ଶ୍ରେଣୀରେ ପ୍ରଥମ ସ୍ଥାନରେ ଓଡିଶାର ପୁରୀ