କିଛି ମାସ ତଳେ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଓଡ଼ିଶା, ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟରେ ମୋଟ ୬୦ଟି, ସିଏଚଏସଇ ଓଡ଼ିଶାରେ ୨୮ଟି ଓ ବିଏସଇ ଓଡ଼ିଶାରେ ୨୦ଟି ଏପରି ଭାବେ ମୋଟ ୧୦୮ଟି ଜୁନିୟର ଆସିଷ୍ଟାଣ୍ଟ ପଦ ଖାଲି ରହିଥିଲା । ଏଥିପାଇଁ ମାର୍ଚ୍ଚ ୧୬ରୁ ଏପ୍ରିଲ ୧୫ ମଧ୍ୟରେ ଅନଲାଇନରେ ଆବେଦନ ଚାଲିଥିଲା ।ତେବେ ଏହା ମଧ୍ୟରେ ଜୁନିୟର ଆସିଷ୍ଟାଣ୍ଟ ପଦର ଲିଖିତ ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଜାରି କରାଯାଇଛି । ଜୁନ୍ ୧୯ରେ ହେବାକୁ ଥିବା ଲିଖିତ ପରୀକ୍ଷା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଚୟନ ବୋର୍ଡ (ଏସଏସବି) ଓଡ଼ିଶା ୱେବସାଇଟକୁ ଯାଇ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଲିଖିତ ପରୀକ୍ଷା ଓ କମ୍ପ୍ୟୁଟର ଟେଷ୍ଟ ଜରିଆରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଲିଙ୍କକୁ ଯାଇ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post