ନୂଆଦିଲ୍ଲୀ: ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି । ଓଡ଼ିଶାରେ ନାହିଁ, ଦେଶରେ ରହିଛି ୨୦ଟି ନକଲି ବିଶ୍ବବିଦ୍ୟାଳୟ । କୌଣସି ବିଶ୍ବବିଦ୍ୟାଳୟରେ ନାମ ଲେଖାଇବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ସତର୍କ ରହିବାକୁ ନୋଟିସ ଜାରି କରିଛି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି । ଓଡ଼ିଶାରେ କୌଣସି ନକଲି ଶିକ୍ଷାନୁଷ୍ଠାନ ନଥିବାବେଳେ ଦେଶରେ ୨୦ଟି ନକଲି ବିଶ୍ଵବିଦ୍ୟାଳୟ ରହିଥିବା ୟୁଜିସି ପ୍ରକାଶ କରିଛି । ଏହି ବିଶ୍ବବିଦ୍ୟାଳୟ ଗୁଡିକ ପାଖରେ ଡିଗ୍ରୀ ସାର୍ଟିଫିକେଟ ଦେବାକୁ କୌଣସି ଯୋଗ୍ୟତା ନାହିଁ । ଦିଲ୍ଲୀରେ ସର୍ବାଧିକ ୮ଟି ନକଲି ବିଶ୍ବବିଦ୍ୟାଳୟ ଥିବା ବେଳେ ଉତ୍ତରପ୍ରଦେଶରେ ୪ଟି, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶରେ ୨ଟି ଲେଖାଏଁ ବିଶ୍ବବିଦ୍ୟାଳୟ ରହିଛି । ପଣ୍ଡିଚେରୀ, ମହାରାଷ୍ଟ୍ର, କେରଳ ଓ କର୍ଣ୍ଣାଟକରେ ଗୋଟିଏ ଲେଖାଏଁ ନକଲି ବିଶ୍ବବିଦ୍ୟାଳୟ ରହିଛି ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post