ରାଜ୍ୟ ଚୟନ ବୋର୍ଡ (ଏସଏସବି) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନୋଟିସ ଜାରି କରାଯାଇଛି । ମୋଟ ୧୦୬୫ଟି ଅଧ୍ୟାପକ ପଦ ନିମନ୍ତେ ଗତ ସେପ୍ଟେମ୍ବର ମାସ ୧୧ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ମାସ ୧୩ରେ ସମାପ୍ତ ହୋଇଥିଲା ।ବୋର୍ଡର ନୋଟିସ୍ ମୁତାବକ, ଆସନ୍ତା ଡିସେମ୍ବର ମାସ ୩ ତାରିଖରେ ଅଧ୍ୟାପକ ପଦ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରମାନଙ୍କରେ ପରୀକ୍ଷା କରାଯିବ । ଭୁବନେଶ୍ୱର, କଟକ, ଜୟପୁର, ସମ୍ବଲପୁର, ବାଲେଶ୍ୱର, ବ୍ରହ୍ମପୁର, ବଲାଙ୍ଗିର ଜୋନ ଅଧିନସ୍ଥ କେନ୍ଦ୍ରମାନଙ୍କରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇ ପାରିବେ । ପ୍ରାର୍ଥୀମାନେ ନଭେମ୍ବର ମାସ ୨୪ ତାରିଖ (୧.୦୦ ପିଏମ) ପରେ ଅଫିସିଆଲ ୱେବସାଇଟ www.ssbodisha.nic.inକୁ ଯାଇ ଜନ୍ମ ତାରିଖ ଓ ମୋବାଇଲ ନମ୍ବର ଦେଇ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
Prev Post
Next Post