ରାଜ୍ୟ ଚୟନ ବୋର୍ଡ (ଏସଏସବି) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନୋଟିସ ଜାରି କରାଯାଇଛି । ମୋଟ ୧୦୬୫ଟି ଅଧ୍ୟାପକ ପଦ ନିମନ୍ତେ ଗତ ସେପ୍ଟେମ୍ବର ମାସ ୧୧ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ମାସ ୧୩ରେ ସମାପ୍ତ ହୋଇଥିଲା ।ବୋର୍ଡର ନୋଟିସ୍ ମୁତାବକ, ଆସନ୍ତା ଡିସେମ୍ବର ମାସ ୩ ତାରିଖରେ ଅଧ୍ୟାପକ ପଦ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରମାନଙ୍କରେ ପରୀକ୍ଷା କରାଯିବ । ଭୁବନେଶ୍ୱର, କଟକ, ଜୟପୁର, ସମ୍ବଲପୁର, ବାଲେଶ୍ୱର, ବ୍ରହ୍ମପୁର, ବଲାଙ୍ଗିର ଜୋନ ଅଧିନସ୍ଥ କେନ୍ଦ୍ରମାନଙ୍କରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇ ପାରିବେ । ପ୍ରାର୍ଥୀମାନେ ନଭେମ୍ବର ମାସ ୨୪ ତାରିଖ (୧.୦୦ ପିଏମ) ପରେ ଅଫିସିଆଲ ୱେବସାଇଟ www.ssbodisha.nic.inକୁ ଯାଇ ଜନ୍ମ ତାରିଖ ଓ ମୋବାଇଲ ନମ୍ବର ଦେଇ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post