ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ତରଫରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ସୁପରିଟେଣ୍ଡିଂ ଇଞ୍ଜିନିୟର, ମେଡିକାଲ ଅଫିସର, ଆସିଷ୍ଟାଣ୍ଟ ଲେଗାଲ ଅଫିସର, ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର (ଫାଇନାନ୍ସ ଆଣ୍ଡ ଆକାଉଣ୍ଟସ), ପ୍ରାଇଭେଟ ସେକ୍ରେଟାରୀ, ଶାରୀରିକ ପ୍ରଶିକ୍ଷଣ ପ୍ରଶିକ୍ଷକ ଆଦି ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ ।ମାର୍ଚ୍ଚ ମାସ ପହିଲାରୁ ଏଥିପାଇଁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଥିବା ବେଳେ ଏହା ୨୧ ତାରିଖରେ ସମାପ୍ତ ହେବ । ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଓ ବୟସ ଯୋଗ୍ୟତା ଅଲଗା ଅଲଗା ରହିଛି । ଅନଲାଇନରେ ଆବେଦନ କରିବା ପରେ ପ୍ରାର୍ଥୀଙ୍କୁ ହାର୍ଡ କପି ପଠାଇବାର ଆବଶ୍ୟକତା ନାହିଁ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ପିଡବ୍ଲ୍ୟୁଡି, ଏକ୍ସ-ସର୍ଭିସମେନ, ଟ୍ରାନ୍ସଜେଣ୍ଡର ଆଦି ବର୍ଗର ପ୍ରାର୍ଥୀଙ୍କୁ ଛାଡ଼ି ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ୫୦୦ ଟଙ୍କା ଆବେଦନ ଫିସ୍ ଜମା କରିବାକୁ ପଡ଼ିବ । ପ୍ରାର୍ଥୀଙ୍କୁ ଅର୍ଥ ରାଶି କୌଣସି ପରିସ୍ଥିତିରେ ଫେରସ୍ତ କରାଯିବ ନାହିଁ । ଏକାଧିକ ପଦ ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀମାନେ ଅଲଗା ଅଲଗା ଆପ୍ଲିକେସନ ଫର୍ମ ଜରିଆରେ ଆବେଦନ କରିବାକୁ ଅନୁରୋଧ ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post