ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ପୂର୍ବରୁ ସିଏଚ୍ଏସ୍ଇ ପକ୍ଷରୁ ସୂଚନା ଦିଆଯାଇଥିଲା। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରାଯିବାର ଯୋଜନା ରହିଛି। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍ଲାଇନ ଓ ଅଫ୍ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍ଲାଇନରେ ହେବ। ଚଳିତ ବର୍ଷ ଖାତାଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ନିୟୋଜିତ ହେବେ। ସୂଚନାଯୋଗ୍ୟ, ଯୁକ୍ତ୨ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି। କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଏବଂ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଉଛନ୍ତି।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post