ଚଳିତ ବର୍ଷ ୫ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ସେହିପରି ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଥିଲା। ତେବେ ମାର୍ଚ୍ଚ ୪ ତାରିଖରୁ ଏହି ମାଟ୍ରିକ ପରୀକ୍ଷା ଶେଷ ହୋଇଥିବା ବେଳେ ଆଜିଠାରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ୟ୍ୟ ଆରମ୍ଭ ହେବ।ପରୀକ୍ଷକମାନଙ୍କ ତାଲିମ ଶେଷ ହୋଇଛି। ସେମାନେ ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇସାରିଛନ୍ତି। ସେହିପରି ଜିଲ୍ଲା ଶିକ୍ଷାଧିକାରୀମାନେ ମୂଲ୍ୟାୟନ କେନ୍ଦ୍ର ପରିଚାଳନାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ରାଜ୍ୟରେ ମୋଟ ୫୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟନ ଆରମ୍ଭ ହେବାର ୧୫ ଦିନ ମଧ୍ୟରେ ଖାତାଦେଖା କାର୍ୟ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅପେକ୍ଷା କରି ବସିଛନ୍ତି। ଫଳାଫଳ ପ୍ରକାଶ ପାଇବା ଆରମ୍ଭ ହୋଇଯିବ କଲେଜ ନାମଲେଖା ପ୍ରକ୍ରିୟା।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post