ଇଣ୍ଡିଆ’ ସ୍ଥାନରେ ‘ଭାରତ’ ଲେଖାଯିବ

ପ୍ୟାନେଲରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି

‘ଇଣ୍ଡିଆ’ର ନାମ ପରିବର୍ତ୍ତନ କରାଯାଇ ‘ଭାରତ’ କରାଯିବାକୁ ନେଇ ନିକଟରେ ସାରା ଦେଶରେ ବିରୋଧୀଙ୍କ ପକ୍ଷରୁ ତୁମ୍ବିତୋଫାନ ଦେଖିବାକୁ ମିଳିଥିଲା । ଗତ ସେପ୍ଟେମ୍ବର ମାସ ୧୮-୨୨ ପର୍ଯ୍ୟନ୍ତ ସଂସଦର ସ୍ୱତନ୍ତ୍ର ଅଧିବେଶରେ କେନ୍ଦ୍ର ସରକାର ଏନେଇ ଏକ ବିଲ ଆଣିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା ନିମନ୍ତ୍ରଣ ପତ୍ରରେ ‘ପ୍ରେସିଡେଣ୍ଟ ଅଫ୍ ଇଣ୍ଡିଆ’ ପରିବର୍ତ୍ତେ ‘ପ୍ରେସିଡେଣ୍ଟ ଅଫ୍ ଭାରତ’ ବୋଲି ଲେଖାଯାଇଥିଲା । ସେହିଠାରୁ ହିଁ ଆରମ୍ଭ ହୋଇଥିଲା ବିବାଦ । ନାମ ପରିବର୍ତ୍ତନ ପାଇଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇ ନାହିଁ ବୋଲି ପରେ କେନ୍ଦ୍ର ସରକାର ଏନେଇ ସ୍ପଷ୍ଟୀକରଣ ଦେଇଥିଲେ ।

ତେବେ ଏହା ମଧ୍ୟରେ ଉକ୍ତ ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଜାତୀୟ ଶୈକ୍ଷିକ ଗବେଷଣା ଓ ଟ୍ରେନିଂ ପରିଷଦ (ଏନସିଇଆରଟି)ର ନୂଆ ବହିରେ ‘ଇଣ୍ଡିଆ’ର ନାମ ପରିବର୍ତ୍ତନ କରାଯାଇ ‘ଭାରତ’ କରାଯିବ । ଏନସିଇଆରଟି ପ୍ୟାନେଲରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ।