ରାଜ୍ୟରେ ଲାଗୁ ହୋଇଛି ପ୍ରଧାନମନ୍ତ୍ରୀ ଶ୍ରୀ ସ୍କୁଲ । ପିଏମ ଶ୍ରୀ ସ୍କୁଲ ଏହି ବ୍ୟବସ୍ଥାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ୨ଟି ଲେଖାଏଁ ସ୍କୁଲ ଖୋଲାଯିବ । ଏ ନେଇ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ରାଜ୍ୟ ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତିର ପୂର୍ଣ୍ଣ ଭାବନାକୁ ନେଇ ଏହି ପିଏମ ଶ୍ରୀ ସ୍କୁଲ କାର୍ଯ୍ୟ କରିବ ଏବଂ ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଅନ୍ୟ ସମସ୍ତ ବିଦ୍ୟାଳୟ ପାଇଁ ଏକ ଉଦାହରଣ ସାଜିବ ପିଏମ ଶ୍ରୀ ସ୍କୁଲ ।ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହେଇଥିବା ପାଠ୍ୟକ୍ରମ ଓ ପାଠପଢା ପଦ୍ଧତି ସହିତ ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତା ଇତ୍ୟାଦିକୁ ଏହା ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ । ପିଏମ ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲ ବ୍ୟବସ୍ଥା ଲାଗୁ କରାଯିବ । ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳ ହିସାବରେ ରାଜ୍ୟରେ ପ୍ରାୟ ୮୦୦ଟି ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା କରାଯାଉଛି ।ଏହି ପିଏମ ଶ୍ରୀ ସ୍କୁଲ ଯୋଜନାକୁ ବେଶ୍ ପ୍ରାଧାନ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାତୀୟ ଶିକ୍ଷାନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ହୋଇପାରେ । ଏଥିରେ ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍ ଏବଂ ଖେଳ ସହିତ ଅନ୍ୟାନ୍ୟ କାର୍ଯ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯିବ ।
Trending
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
Next Post