ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଗତ ମାର୍ଚ୍ଚ ମାସରେ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଏବେ ତାହାର ଆବେଦନ ପ୍ରକ୍ରିୟା ଜାରି ରହିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଡ୍ରଗ-ଦେ-ଆଡିକସନ ସେଣ୍ଟର୍ସ (ଡିଏସି) ପାଇଁ ଷ୍ଟେଟ ସର୍ଭିସର ‘ଗ୍ରୁପ-ବି’ରେ ଏହି ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଏପ୍ରିଲ ମାସ ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଆଜି ହେଉଛି ଆବେଦନର ଅନ୍ତିମ ତାରିଖ । ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ପ୍ରାର୍ଥୀଙ୍କ ପାଇଁ ପଦ ଖାଲି ରହିଛି । ମୋଟ ୧୩ଟି ପଦ ଖାଲି ରହିଥିବା ବେଳେ ସେଥିମଧ୍ୟରୁ ୨ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି ।ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ଏଥିରେ ଆବେଦନ କରିବାକୁ ହେଲେ ପ୍ରାର୍ଥୀ ସୋସିଆଲ ୱାର୍କରେ ପୋଷ୍ଟ-ଗ୍ରାଜୁଏଟ ଡିଗ୍ରୀ କରିଥିବେ ଓ ସାଇକିୟାଟ୍ରିକ ସୋସିଆଲ ୱାର୍କରେ ମାଷ୍ଟର ଅଫ୍ ଫିଲୋସଫି କରିଥିବେ । ଦୁଇ ବର୍ଷିଆ ଫୁଲ୍ ଟାଇମ୍ କୋର୍ସ ସମାପ୍ତ ପରେ ଏହି ଶିକ୍ଷା ଗ୍ରହଣ କରିଥିବା ଆବଶ୍ୟକ । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ସ୍ୱୀକୃତିପ୍ରାପ୍ତ କୌଣସି ବିଶ୍ୱବିଦ୍ୟାଳୟରୁ ସୁପରଭାଇଜ୍ କ୍ଲିନିକାଲ ଟ୍ରେନିଂ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ରହିଥିବା ଆବଶ୍ୟକ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post