ଓଡ଼ିଶା ପାୱର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ୭ ଦିନ ଭିତରେ ଆବେଦନ କରିବାକୁ ପଡ଼ିବ । କ୍ରେଚେ ସୁପରଭାଇଜର ଓ କ୍ରେଚେ ଆସିଣ୍ଟାଣ୍ଟ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।କ୍ରେଚେ ସୁପରଭାଇଜର ପଦ ପାଇଁ ପ୍ରାର୍ଥୀ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ଏଥିସହିତ ପ୍ରାର୍ଥୀଙ୍କର କ୍ରେଚେ ପରିଚାଳନା କ୍ଷେତ୍ରରେ ୩-୫ ବର୍ଷର ଅଭିଜ୍ଞତା ରହିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ମାସିକ ୨୫ ହଜାର ଟଙ୍କା ବେତନ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କୁ ଅନ୍ୟ କୌଣସି ଭତ୍ତା ପ୍ରଦାନ କରାଯିବ ନାହିଁ । ସେହିପରି କ୍ରେଚେ ଆସିଷ୍ଟାଣ୍ଟ ପଦ ପାଇଁ ପ୍ରାର୍ଥୀ ଯୁକ୍ତ ଦୁଇ ପାସ କରିବା ସହିତ ଶିଶୁ ଯତ୍ନ, ନର୍ସିଂ ବା ନ୍ୟୁଟ୍ରିସନ କ୍ଷେତ୍ରରେ ଅତିରିକ୍ତ ଯୋଗ୍ୟତା ରହିଥିବା ଆବଶ୍ୟକ । ପ୍ରାର୍ଥୀଙ୍କର କ୍ରେଚେ କ୍ଷେତ୍ରରେ ୧-୨ ବର୍ଷର ଅଭିଜ୍ଞତା ରହିଥିବା ଜରୁରୀ । କେବଳ ଶର୍ଟଲିଷ୍ଟେଡ ପ୍ରାର୍ଥୀଙ୍କୁ ସାକ୍ଷାତକାର ପାଇଁ ଡକାଯିବ । ସାକ୍ଷାତକାର ପାଇଁ ପ୍ରାର୍ଥୀଙ୍କୁ କୌଣସି ଟିଏ/ ଡିଏ ପ୍ରଦାନ କରାଯିବ ନାହିଁ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post
Next Post