କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପଯୋଗୀ ହେବ ଏବଂ ଏହା ଦ୍ୱାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇଛି । ଆଜି ଏହି ମର୍ମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ସଂଶୋଧିତ ‘କାଳିଆ ଛାତ୍ରବୃତ୍ତି’ ମାର୍ଗଦର୍ଶିକା ଜାରି କରାଯାଇଛି । ଏଥିରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମରେ ଉଚ୍ଚଶିକ୍ଷା ନିମନ୍ତେ ରାଜ୍ୟ ଓ ରାଜ୍ୟ ବାହାରର ପି୍ରମିୟର ସରକାରୀ ଶିକ୍ଷାନୁଷ୍ଠାନ ସମେତ ରାଜ୍ୟର ଅଲ୍ଇଣ୍ଡିଆ ସର୍ଭେ ଅନ୍ ହାୟାର ଏଜୁକେସନ୍ କୋଡ଼ ପ୍ରାପ୍ତ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ମଧ୍ୟ ସାମିଲ କରାଯାଇଛି ।ପୂର୍ବରୁ ସରକାରୀ ଶିକ୍ଷାନୁଷ୍ଠାନର ବୃତ୍ତିଗତ କିମ୍ବା ବୈଷୟିକ ଶିକ୍ଷାରେ ଗ୍ରାଜୁଏସନ୍ ପାଠ୍ୟକ୍ରମ, ଏମ୍ବିବିଏସ୍, ବିଡ଼ିଏସ୍, ବିଏଚ୍ଏମ୍ଏସ୍, ବି. ଫାର୍ମା, ବିଏସ୍ସି (ନର୍ସିଂ), ପିବିବିଏସ୍ସି ନର୍ସିଂ, ବିଏସ୍ସି (ସମ୍ମାନ) କୃଷି, ବିଭିଏସ୍ସି ଆଣ୍ଡ ଏଏଚ୍, ବିଏସ୍ସି (ସମ୍ମାନ) ଉଦ୍ୟାନ କୃଷି, ବିଏସ୍ସି (ସମ୍ମାନ) ଫରେଷ୍ଟ୍ରି, ବିଏସ୍ସି (ଫିସରିଜ୍ ସାଇନ୍ସ), ବିଏସ୍ସି (କମୁ୍ୟନିଟି ସାଇନ୍ସ), ବିଟେକ୍ (ଏଗ୍ରି ଇଞ୍ଜିନିୟରିଂ), ବି.ଟେକ୍/ବି.ଇ ସାମିଲ ଥିଲା । ବର୍ତ୍ତମାନ ଏହାକୁ ପରିବର୍ଦ୍ଧିତ କରାଯାଇ ବିବିଏ ଓ ବିସିଏ ପାଠ୍ୟକ୍ରମ ସାମିଲ କରାଯିବା ସହିତ ରାଜ୍ୟର ଘରୋଇ ଶିକ୍ଷାନୁଷ୍ଠାନରେ ତତୁଲ୍ୟ ପାଠ୍ୟକ୍ରମ କାଳିଆ ଛାତ୍ରବୃତ୍ତିରେ ସାମିଲ କରାଯାଇଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post