ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ । କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ କିଛି ନିଷ୍ପତ୍ତି ହୋଇନଥିଲେ ହେଁ ଏକ ସମୟରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି । ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଯୋଜନା କରାଯାଇଥିଲେ ହେଁ ତାହା ସଫଳ ହୋଇ ପାରି ନାହିଁ ।ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ଉତ୍ତରଖାତା ମୂଲ୍ୟାୟନରେ ବିଳମ୍ବ ହେବା ସହ ସାଧାରଣ ନିର୍ବାଚନ ପାଇଁ ପରୀକ୍ଷା ଫଳାଫଳ ପ୍ରସ୍ତୁତି ପ୍ରଭାବିତ ହୋଇଥିବା ପରିଷଦର ଜଣେ ଅଧିକାରୀ ସୂଚନା ଦେଇଛନ୍ତି । ଏହା ମଧ୍ୟର ସିବିଏସଇ ଓ ସିଆଇଏସସିଇ ବୋର୍ଡ ଅଧିରେ ଥିବା ସ୍କୁଲମାନଙ୍କରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇସାରିଛି । ତେଣୁ ସିଏଚଏସଇ ଅଧିନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି ।ପରୀକ୍ଷା ଫଳାଫଳ କେବେ ପ୍ରକାଶ ପାଇବ ସେନେଇ ଛାତ୍ରଛାତ୍ରୀମାନେ ଦ୍ୱନ୍ଦ୍ୱରେ ରହିଥିବା ବେଳେ ଖାତା ମୂଲ୍ୟାୟନ ଠିକ୍ ଭାବେ ହୋଇଥିବା ପରିଷଦର ଅଧିକାରୀ ସୂଚନା ଦେଇଛନ୍ତି । ଏନେଇ କୌଣସି ତ୍ରୁଟି ହୋଇ ନାହିଁ କି କୌଣସି ବିଭ୍ରାଟ ହୋଇ ନାହିଁ । ଖାତା ଦେଖା ସରିବାରେ ଟିକିଏ ବିଳମ୍ବ ହୋଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post