କିଛି ମାସ ପରେ ରାଜ୍ୟରେ ମାଟ୍ରିକ ପରୀକ୍ଷା । ଏହି ସମୟରେ ଅଭିଭାବକ ଏବଂ ଛାତ୍ରଛାତ୍ରୀମାନେ ବେଶ ଉଦବିଗ୍ନ ହୋଇଉଠନ୍ତି । ଏପରି ସ୍ଥିତିରେ ବିଭିନ୍ନ ମାନସିକ ଚାପର ମଧ୍ୟ ଶିକାର ହୁଅନ୍ତି ଛାତ୍ରଛାତ୍ରୀ । ତେବେ ଏହି ଛାତ୍ରଛାତ୍ରୀମାନଙ୍କୁ ଚାପମୁକ୍ତ କରିବା ପାଇଁ ଓଡ଼ିଶା ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) କାର୍ଯ୍ୟାଳୟରେ ଖୋଲିବାକୁ ଯାଉଛି ଏକ ସ୍ୱତନ୍ତ୍ର ସେଲ ।ଏହି ସେଲ ଫେବ୍ରୁଆରି ପହିଲାରୁ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ମିଳିଛି । ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପକ୍ଷରୁ କରାଯାଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଏଠାରେ ପରାମର୍ଶ ଦିଆଯିବ । ଏ ନେଇ ବୁଧବାର ଓସେପା ସମ୍ମିଳନୀ କକ୍ଷରେ ଆଯୋଜିତ ଏକ କର୍ମଶାଳାରେ ନିଷ୍ୱତ୍ତି ନିଆଯାଇଛି ।ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱଥୀ ଏସ. କହିଥିଲେ- “ପିଲାମାନଙ୍କର ଶିକ୍ଷାଗତ ଉନ୍ନତି ଏବଂ ଦକ୍ଷତା ବିକାଶ ପାଇଁ ପରୀକ୍ଷା ଏକ ପ୍ରକ୍ରିୟା ମାତ୍ର । ଏହାକୁ ନେଇ ମାନସିକ ଚାପଗ୍ରସ୍ତ ହେବା ଅନୁଚିତ । ଏଥିପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନେ ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସକୁ ବଢ଼ାଇବା ସହ ଚାପକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିବା ଆବଶ୍ୟକ ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Next Post