ଓଡ଼ିଶା ହାଇକୋର୍ଟ ତରଫରୁ ଆସିଛି ଏକ ନିଯୁକ୍ତି ସୁଯୋଗ । ପୂର୍ବରୁ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଏବେ ଜୁନିୟର ଷ୍ଟେନୋଗ୍ରାଫର ପଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମେ ୨୦ ତାରିଖ ସକାଳ ୧୦ଟା ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ମାସ ୧୮ ତାରିଖ ରାତି ୧୧.୫୯ ପର୍ଯ୍ୟନ୍ତ ଜାରି ରହିବ । ଇଚ୍ଛୁକ ପ୍ରାର୍ଥୀମାନେ ଆବେଦନ କରିବାକୁ ପୂର୍ବରୁ ନିମ୍ନୋକ୍ତ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ମୋଟ ୩୫ଟି ପଦ ଖାଲି ରହିଥିବା ବେଳେ ସେଥିମଧ୍ୟରୁ ୧୨ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଅଣସଂରକ୍ଷିତ ପାଇଁ ୧୦ଟି, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୫ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୧୨ଟି ଓ ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୮ଟି ପଦ ଖାଲି ରହିଛି । ଚଳିତ ବର୍ଷ ମେ ମାସ ୧୪ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୨୧ ଓ ସର୍ବାଧିକ ବୟସ ଯୋଗ୍ୟତା ୩୨ ବର୍ଷ ହୋଇଥିବା ଆବଶ୍ୟକ
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post