ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ଓପିଏସସି ପକ୍ଷରୁ ଜାରି ହୋଇଥିବା ସଦ୍ୟ ନୋଟିସ୍ ମୁତାବକ, ଜୁନ୍ ୨୩ ବଦଳରେ ଜୁନ ୨୨ ତାରିଖ (ଶନିବାର) ଦିନ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବ । ପୂର୍ବରୁ ସକାଳ ୧୦ଟାରୁ ୧୧.୩୦ ସମୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ତାହା ପରିବର୍ତ୍ତନ କରାଯାଇ ଅପରାହ୍ଣ ୩ଟାରୁ ୪.୩୦ ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ପିଡବ୍ଲ୍ୟୁଡି ପ୍ରାର୍ଥୀମାନେ ୩ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଦେଇ ପାରିବେ । ସେଣ୍ଟର ଲିଷ୍ଟ ଓ ପ୍ରାର୍ଥୀଙ୍କ ରୋଲ ନମ୍ବର ଲିଷ୍ଟ ପରେ ଜାରି କରାଯିବ । ପ୍ରାର୍ଥୀମାନେ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ମୋଟ ୨୪ଟି ସିଭିଲ ଜଜ୍ (ଜୁନିୟର ଡିଭିଜନ) ପଦ ପୂରଣ ପାଇଁ ପୂର୍ବରୁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଗତ ମାର୍ଚ୍ଚ ୨୦ରୁ ଏପ୍ରିଲ ୨୦ ପର୍ଯ୍ୟନ୍ତ ଏନେଇ ଆବେଦନ ଚାଲିଥିଲା । ପ୍ରିଲିମିନାରୀ ଲିଖିତ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାକ୍ଷାତକାର ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ରାଜ୍ୟର ୫ଟି ଜୋନାଲ କେନ୍ଦ୍ରରେ ପ୍ରିଲିମ୍ ଓ ମେନ୍ ପରୀକ୍ଷା ଅନୁଷ୍ଠିତ ହେବାର ସମ୍ଭାବନା ରହିଛି ।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Prev Post
Next Post