ନିଟ୍ ପେପର ଲିକ ମାମଲାକୁ ନେଇ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ବଡ଼ଧରଣ ପେପର ଲିକ ହୋଇଥିବା ଜଣାପଡିନି । କେବଳ ପାଟନା ଓ ହଜାରୀବାଗରେ ପେପର ଲିକ ସୀମିତ ରହିଛି । ବ୍ୟବସ୍ଥାଗତ ବଡ଼ ତ୍ରୁଟି ହୋନି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏଥିସହ ପୁନଃ ପରୀକ୍ଷା ଆବେଦନ ଦାବିକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ ।୨୩ ଜୁଲାଇରେ ସୁପ୍ରିମକୋର୍ଟ ନିଟର ପୁନଃ ପରୀକ୍ଷା କରିବାକୁ ପ୍ରତ୍ୟାଖ୍ୟାନ କରିଥିଲେ । କୋର୍ଟ ସ୍ପଷ୍ଟ କରିଥିଲେ ଯେ, ଏନେଇ ବିସ୍ତୃତ ଭାବେ ନିର୍ଦ୍ଦେଶ ସେ ଆଗାମୀ ଦିନରେ ଦେବେ । ସକାଳ ସାଢେ ୧୦ଟାରେ ମୁଖ୍ୟ ବିଚାରପତିଙ୍କ ବେଞ୍ଚ ଏହି ନିଷ୍ପତ୍ତି ଶୁଣାଣି କରିଛନ୍ତି । ନିଟ୍ ପେପର ଲିକ ଉପରେ ଶୁଣାଣି କରି ସିଜେଆଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ପେପର ଲିକ ବ୍ୟାପକ ଭାବେ ହୋଇନାହିଁ । ଆଗକୁ ଏନଟିଏକୁ ଧ୍ୟାନ ରଖିବା ଆବଶ୍ୟକ । ଏହିଭଳି ଅବହେଳା ନ ହେବ କିପରି ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ।
Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Prev Post
Next Post