ନିଟ୍ ପେପର ଲିକ ମାମଲାକୁ ନେଇ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ବଡ଼ଧରଣ ପେପର ଲିକ ହୋଇଥିବା ଜଣାପଡିନି । କେବଳ ପାଟନା ଓ ହଜାରୀବାଗରେ ପେପର ଲିକ ସୀମିତ ରହିଛି । ବ୍ୟବସ୍ଥାଗତ ବଡ଼ ତ୍ରୁଟି ହୋନି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏଥିସହ ପୁନଃ ପରୀକ୍ଷା ଆବେଦନ ଦାବିକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ ।୨୩ ଜୁଲାଇରେ ସୁପ୍ରିମକୋର୍ଟ ନିଟର ପୁନଃ ପରୀକ୍ଷା କରିବାକୁ ପ୍ରତ୍ୟାଖ୍ୟାନ କରିଥିଲେ । କୋର୍ଟ ସ୍ପଷ୍ଟ କରିଥିଲେ ଯେ, ଏନେଇ ବିସ୍ତୃତ ଭାବେ ନିର୍ଦ୍ଦେଶ ସେ ଆଗାମୀ ଦିନରେ ଦେବେ । ସକାଳ ସାଢେ ୧୦ଟାରେ ମୁଖ୍ୟ ବିଚାରପତିଙ୍କ ବେଞ୍ଚ ଏହି ନିଷ୍ପତ୍ତି ଶୁଣାଣି କରିଛନ୍ତି । ନିଟ୍ ପେପର ଲିକ ଉପରେ ଶୁଣାଣି କରି ସିଜେଆଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ପେପର ଲିକ ବ୍ୟାପକ ଭାବେ ହୋଇନାହିଁ । ଆଗକୁ ଏନଟିଏକୁ ଧ୍ୟାନ ରଖିବା ଆବଶ୍ୟକ । ଏହିଭଳି ଅବହେଳା ନ ହେବ କିପରି ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post