ସରକାରୀ ନିଯୁକ୍ତି ମୂଳକ ପରୀକ୍ଷାରେ ଅନିୟମିତତାକୁ ରୋକିବା ପାଇଁ ଲୋକସଭାରେ ଉପସ୍ଥାପିତ ହେଲା ବିଲ୍ । ସରକାର ଆଗତ କରିଥିବା ବିଲ ନା ରହିଛି ‘ଦ ପବ୍ଲିକ ଏକ୍ସାମିନେସନ ପ୍ରିଭେନସନ ଅଫ ଅନଫେୟାର’ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ଆଗତ କରିଛନ୍ତି । ଏହି ବିଲରେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଅନୈତିକ ପନ୍ଥା ଅବଲମ୍ବନ କରି ଧରାପଡ଼ିଲେ ସର୍ବାଧିକ ୧୦ ବର୍ଷ ଜେଲ ଓ ୧କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନାର ପ୍ରସ୍ତାବ ରଖାଯାଇଛି । ପ୍ରଶ୍ନପତ୍ର ଲିକ ଘଟଣାରେ ମଧ୍ୟ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାର ବ୍ୟବସ୍ଥା ରହିଛି । ସଙ୍ଗଠିତ ଗ୍ୟାଙ୍ଗ, ମାଫିଆ ଓ ଯେଉଁମାନେ ଅନିୟମିତତା କରୁଛନ୍ତି ସେମାନଙ୍କୁ ରୋକିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି । ରାଜସ୍ଥାନର ଶିକ୍ଷକ ନିଯୁକ୍ତି ପରୀକ୍ଷା, ଗୁଜରାଟରେ କନିଷ୍ଠ କିରାଣୀ ନିଯୁକ୍ତି ଓ ବିହାରରେ କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିଲା । ଏଥିପାଇଁ ପରୀକ୍ଷାକୁ ବାତିଲ ମଧ୍ୟ କରାଯାଇଥିଲା । ଏହାକୁ ଦୃଷ୍ଟିରେ ରଖି ସରକାର ଏହି ବିଲ୍ ଆଣିଛନ୍ତି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ