ସିବିଏସଇ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ପ୍ରାର୍ଥୀଙ୍କୁ ଆସିଷ୍ଟାଣ୍ଟ ସେକ୍ରେଟାରୀ (ଆଡମିନିଷ୍ଟ୍ରେସନ), ଆସିଷ୍ଟାଣ୍ଟ ସେକ୍ରେଟାରୀ (ଆକାଡେମିକ୍ସ), ଆସିଷ୍ଟାଣ୍ଟ ସେକ୍ରେଟାରୀ (ଦକ୍ଷତା ଶିକ୍ଷା), ଆସିଷ୍ଟାଣ୍ଟ ସେକ୍ରେଟାରୀ (ଟ୍ରେନିଂ), ଆକାଉଣ୍ଟସ ଅଫିସର, ଜୁନିୟର ଇଞ୍ଜିନିୟର, ଜୁନିୟର ଅନୁବାଦକ ଅଫିସର, ଆକାଉଣ୍ଟାଣ୍ଟ ଓ କନିଷ୍ଠ ଆକାଉଣ୍ଟାଣ୍ଟ ପଦରେ ନିଯୁକ୍ତି ଦିଆଯିବ ।ମାର୍ଚ୍ଚ ମାସ ୧୨ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଏପ୍ରିଲ ମାସ ୧୧ରେ ତାହା ପ୍ତ ହେବ । ପୂର୍ବରୁ ସିବିଏସଇ ପକ୍ଷରୁ ଏକ ଶର୍ଟ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଏହା ମଧ୍ୟରେ ସମ୍ପୂର୍ଣ୍ଣ ବିଜ୍ଞପ୍ତି ଜାରି କରାଯାଇଛି । ମୋଟ ୧୧୮ଟି ପଦ ଖାଲି ରହିଥିବା ବେଳେ ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଅନ୍ୟ ପଛୁଆ ବର୍ଗ (ଓବିସି) ଏନସିଏଲ, ଆର୍ଥିକ ଦୁବର୍ଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ଅଣସଂରକ୍ଷିତ ବର୍ଗ ପାଇଁ ପଦ ସଂରକ୍ଷିତ ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post