ଓଡ଼ିଶା ହାଇକୋର୍ଟ ତରଫରୁ ଗତ ବର୍ଷ ଡିସେମ୍ବର ମାସରେ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏନେଇ ଡିସେମ୍ବର ମାସ ୮ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ଗତ ୩ ତାରିଖରେ ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହାମଧ୍ୟରେ ଉକ୍ତ ପ୍ରିଲିମ୍ସ ରେଜଲ୍ଟ ଘୋଷଣା କରାଯାଇଛି ।ମୋଟ ୧୧୨ ଜଣ ପ୍ରାର୍ଥୀ ପ୍ରିଲିମିନାରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ପରବର୍ତ୍ତୀ ପର୍ଯ୍ୟାୟରେ ହେବାକୁ ଥିବା ଭାଷା ପରୀକ୍ଷା ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କର ରୋଲ ନମ୍ବର ଜାରି କରାଯାଇଛି । ଏପ୍ରିଲ ମାସ ୭ ତାରିଖରେ ଓଡ଼ିଶା ହାଇକୋର୍ଟର ନ୍ୟୁ କନଫରେନ୍ସ ହଲରେ ଲାଙ୍ଗୁଏଜ୍ ଟେଷ୍ଟ କରାଯିବ । ସକାଳ ୯ଟାରୁ ୧୧ଟା ମଧ୍ୟରେ ଏହି ଟେଷ୍ଟ କରାଯିବ । ପ୍ରାର୍ଥୀମାନେ ଆସନ୍ତା ୨୫ ତାରିଖ ଠାରୁ ଏପ୍ରିଲ ୭ ତାରିଖ ମଧ୍ୟରେ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।ଭାଷା ପରୀକ୍ଷାରେ ପ୍ରାର୍ଥୀଙ୍କୁ ୨ ଘଣ୍ଟା ମଧ୍ୟରେ ୧୦୦ ମାର୍କର ପରୀକ୍ଷା ଦେବାକୁ ପଡ଼ିବ । ଇଂରାଜୀ ରଚନା ୩୦୦ ଶବ୍ଦରେ ୩୦ ମାର୍କ, ପ୍ରେସିସ ଲିଖନ ୨୦ ମାର୍କ, ଇଂରାଜୀରୁ ଓଡ଼ିଆ ଅନୁବାଦ ୨୦ ମାର୍କ, ଓଡ଼ିଆର ଇଂରାଜୀ ଅନୁବାଦ ୨୦ ମାର୍କ, ଇଂରାଜୀ ଗ୍ରାମାର ୧୦ ମାର୍କ ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post