ନ୍ୟାସନାଲ କାଉନସିଲ୍ ଅଫ୍ ଏଜୁକେସନାଲ୍ ରିସର୍ଚ୍ଚ ଏବଂ ଟ୍ରେନିଂ(ଏନସିଇଆରଟି) ପାଠ୍ୟକ୍ରମରେ ପରିବର୍ତ୍ତନ ଏବଂ ବହି ବଦଳିବା ନେଇ ଖବର ପ୍ରକାଶ ପାଇବା ପରେ ସ୍ପଷ୍ଟୀକରଣ ଦେଇଛନ୍ତି ସରକାର। ଷଷ୍ଠ ଏବଂ ଏକାଦଶ ଶ୍ରେଣୀଗୁଡ଼ିକ ପାଇଁ ସଂଶୋଧିତ ଏନସିଇଆରଟି ପାଠ୍ୟ ପୁସ୍ତକ ପ୍ରକାଶ କରାଯିବ ବୋଲି ଏକ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଯାହାକୁ ମିଥ୍ୟ ଏବଂ ତଥ୍ୟ ବିହୀନ ଖବର ବୋଲି କହିଛନ୍ତି ସରକାର।ମାର୍ଚ୍ଚ ୨୦୨୪ ପ୍ରକାଶ କରାଯାଇଥିବା ସିବିଏସଇ’ର ସର୍କୁଲାର୍ ଅନୁଯାୟୀ ତୃତୀୟ ଏବଂ ଷଷ୍ଠ ଶ୍ରେଣୀ ବ୍ୟତୀତ ଅନ୍ୟ ସମସ୍ତ ଶ୍ରେଣୀ ପାଇଁ, ବିଦ୍ୟମାନ ପାଠ୍ୟକ୍ରମ କିମ୍ବା ପାଠ୍ୟପୁସ୍ତକରେ କୌଣସି ପରିବର୍ତ୍ତନ ହୋଇନାହିଁ। ବିଭ୍ରାନ୍ତିକର ତଥ୍ୟକୁ ଦୃଷ୍ଟିରେ ରଖି, ବିଦ୍ୟାଳୟଗୁଡ଼ିକ ପୁନର୍ବାର ପୂର୍ବ ଶିକ୍ଷା ବର୍ଷ (୨୦୨୩-୨୪) ପରି ଏହି ଶ୍ରେଣୀଗୁଡ଼ିକ ପାଇଁ ସମାନ ପାଠ୍ୟପୁସ୍ତକ ବ୍ୟବହାର ଜାରି ରଖିବାକୁ ସିବିଏସଇ ଦ୍ୱାରା ପରାମର୍ଶ ଦିଆଯାଇଛି।ଜୁଲାଇ ୨୦୨୪ ମଧ୍ୟରେ ଏନସିଇଆରଟି ଦ୍ୱାରା ସମସ୍ତ ଷଷ୍ଠ ଶ୍ରେଣୀ ପାଠ୍ୟପୁସ୍ତକ ଉପଲବ୍ଧ ହେବ । ଯେଉଁ ୨ ମାସର ସମୟ ସୀମାକୁ ଦର୍ଶାଯାଉଛି ତାହା ଭୁଲ୍। ପରୀକ୍ଷାମୂଳକ ଶିକ୍ଷଣ ପରିପ୍ରେକ୍ଷୀରେ ଅଭିଜ୍ଞତା ପାଇଁ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ପର୍ଯ୍ୟାପ୍ତ ସମୟ ପ୍ରଦାନ କରିବା ଏବଂ ଉଭୟ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ପୁରୁଣାରୁ ନୂତନ ପାଠ୍ୟକ୍ରମକୁ ସୁରୁଖୁରୁରେ ପରିବର୍ତ୍ତନ ସୁନିଶ୍ଚିତ କରିବା ପାଇଁ ଏନସିଇଆରଟି ଷଷ୍ଠ ଶ୍ରେଣୀ ପାଇଁ ସମସ୍ତ ୧୦ଟି ବିଷୟ କ୍ଷେତ୍ରରେ ଏକ ମାସ ବ୍ୟାପୀ ସେତୁ କାର୍ଯ୍ୟକ୍ରମ ଉପଲବ୍ଧ କରିସାରିଛି, ଯାହା ବର୍ତ୍ତମାନ ଶିକ୍ଷାଦାନ ପାଇଁ ବ୍ୟବହୃତ ହେଉଛି ।ଆରପିଡିସି ବାଙ୍ଗାଲୋର ତାମିଲନାଡୁ ସମେତ ସମସ୍ତ ଦକ୍ଷିଣ ଭାରତୀୟ ରାଜ୍ୟକୁ ସେବା ଯୋଗାଇଥାଏ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post