ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା