ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା