ରାଜ୍ୟର ୩୧ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିବେ । ଚଳିତ ବର୍ଷ ଏହି ପ୍ରକ୍ରିୟାରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ସାମିଲ କରାଯାଇଥିବା ବେଳ ୨ ବର୍ଷିଆ ବି.ଏଡ ଓ ଏମ.ଏଡ ପାଠ୍ୟକ୍ରମରେ ନାମଲେଖାଯିବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସାମ୍ସ ପୋର୍ଟାଲରେ ସୂଚନା ଦିଆଯାଇଛି ।ଇଚ୍ଛୁକ ଛାତ୍ରଛାତ୍ରୀମାନେ ଜୁନ୍ ୧୦ ତାରିଖ ମଧ୍ୟରେ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ । ଜୁଲାଇ ୨୪ରେ ବି.ଏଡ, ବିଏଚଏଡ ଓ ୨୫ରେ ଏମ.ଏଡ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏଥିରେ ଆବେଦନ କରିଥିବା ପ୍ରାର୍ଥୀମାନେ ଜୁଲାଇ ୧୫ ପୂର୍ବାହ୍ନ ୧୧ଟା ପରେ ପୋର୍ଟାଲରୁ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଚଳିତ ଶିକ୍ଷାବର୍ଷ ଠାରୁ କୋରାପୁଟ ଡିଏଭି କଲେଜ ଅଫ୍ ଟିଚର ଏଜୁକେସନରେ ୧୦୦ଟି ସିଟରେ ୨ ବର୍ଷିଆ ବିଏଡ ଓ ଏମ.ଏଡ ପାଠ୍ୟକ୍ରମ, ସମ୍ବଲପୁର ଡ. ପର୍ଶୁରାମ ମିଶ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ଆଡଭାନ୍ସ ଷ୍ଟଡିଜ ଇନ୍ ଏଜୁକେସନରେ ୫୦ଟି ସିଟରେ ୨ ବର୍ଷିଆ ଏମ.ଏଡ୍ ପାଠ୍ୟକ୍ରମ ଓ ଅନୁଗୁଳ ନବକୃଷ୍ଣ ଚୌଧରୀ କଲେଜ ଅଫ୍ ଟିଚର ଏଜୁକେସନରେ ୨ ବର୍ଷିଆ ଏମ.ଏଡ ପାଠ୍ୟକ୍ରମକୁ ସାମିଲ କରାଯାଇଛି ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post