ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅନେକ ପଦ ପୂରଣ ହେବ । ସେନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ପ୍ରଫେସର, ଆସୋସିଏଟ୍ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର / ଗେଷ୍ଟ ଫାକଲଟି ଭାବେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ମୋଟ ୧୩୪ଟି ପଦ ଖାଲି ରହିଥିବା ବେଳେ ୧୪ଟି ପ୍ରଫେସର ପଦ, ୩୫ଟି ଆସୋସିଏଟ୍ ପ୍ରଫେସର ପଦ ଓ ୮୧ଟି ଆସିଷ୍ଟାଣ୍ଟ ପ୍ରଫେସର / ଗେଷ୍ଟ ଫାକଲଟି ପଦ ଖାଲି ରହିଛି । ପ୍ରାର୍ଥୀମାନେ ନିମ୍ନୋକ୍ତ ଲିଙ୍କକୁ ଯାଇ ଆପ୍ଲିକେସନ ଫର୍ମ ଡାଉନଲୋଡ୍ କରିପାରିବେ । ମାର୍ଚ୍ଚ ମାସ ୧୩ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ପ୍ରାର୍ଥୀଙ୍କୁ ଏଥିପାଇଁ କୌଣସି ଆବେଦନ ଫିସ୍ ଜମା କରିବାକୁ ପଡ଼ିବ ନାହିଁ । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ପିଏଚଡି କରିଥିବା ଆବଶ୍ୟକ । ଆବେଦନ କରିବା ପୂର୍ବରୁ ବିଜ୍ଞପ୍ତିକୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post