ଭାରତୀୟ ରେଳ ବିଭାଗ ବିଭାଗ ପକ୍ଷର ୫ ହଜାରରୁ ଅଧିକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆସିଷ୍ଟାଣ୍ଟ ଲୋକୋ ପାଇଲଟ (ଏଏସପି) ପଦରେ ନିଯୁକ୍ତି ଦିଆଯିବ । ଦେଶର ବିଭିନ୍ନ ରେଲୱେ ଭର୍ତ୍ତି ବୋର୍ଡ (ଆରଆରବି) ମାନଙ୍କରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଜାନୁଆରୀ ମାସ ୨୦ ତାରିଖରୁ ଅନଲାଇନ୍ ଆବେଦନ ଓ ପେମେଣ୍ଟ ଜମା ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ମାସ ୧୯ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀଙ୍କର ବୟସ ୨୧ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଚଳିତ ବର୍ଷ ଜୁଲାଇ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ହିସାବକୁ ନିଆଯିବ । ଭୁବନେଶ୍ୱର ଆରଆରବି ଜୋନ ପାଇଁ ୨୮୦ଟି ପଦ ଖାଲି ରହିଛି । ତେଣୁ ଓଡ଼ିଶାର ପ୍ରାର୍ଥୀଙ୍କ ପାଇଁ ଏହା ଏକ ବଡ଼ ସୁଯୋଗ ।ପ୍ରାର୍ଥୀଙ୍କୁ କେବଳ ଅନଲାଇନ୍ ଜରିଆରେ ଆବେଦନ କରିବାକୁ ପଡ଼ିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଏକ୍ସ-ସର୍ଭିସମେନ, ମହିଳା, ତୃତୀୟଲିଙ୍ଗୀ, ସଂଖ୍ୟାଲଘୁ ଓ ଆର୍ଥିକ ପଛୁଆ ଶ୍ରେଣୀ (ଇବିସି) ପ୍ରାର୍ଥୀଙ୍କ କ୍ଷେତ୍ରରେ ଆବେଦନ ଫିସ୍ ୨୫୦ ଟଙ୍କା ରହିଥିବା ବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପାଇଁ ୫୦୦ ଟଙ୍କା ରହିଛି ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post