ଚଳିତ ବର୍ଷର ଶେଷ ଚାରି ମାସ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ନିଯୁକ୍ତି କ୍ୟାଲେଣ୍ଡର ଜାରି କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ମାସରେ କେଉଁ ସବୁ ପରୀକ୍ଷା ହେବ ତା’ର ତାରିଖ ଘୋଷଣା କରାଯାଇଛି । ସେପ୍ଟେମ୍ବରରେ ୩ଟି, ଅକ୍ଟୋବରରେ ୨ଟି, ନଭେମ୍ବର-ଡିସେମ୍ବରରେ ୧୦ଟି ଏପରି ଭାବେ ୪ ମାସରେ ମୋଟ ୧୫ଟି ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷାଗୁଡ଼ିକ ମଧ୍ୟରେ ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ପରୀକ୍ଷା ସାମିଲ ରହିଥିବା ବେଳେ ଡକ୍ୟୁମେଣ୍ଟ ଯାଞ୍ଚ ଓ ଶାରୀରିକ ଟେଷ୍ଟକୁ ବାଦ୍ ଦିଆଯାଇଛି ।ସେପ୍ଟେମ୍ବରରେ ମିଳିତ ସ୍ନାତକ ସ୍ତରୀୟ ନିଯୁକ୍ତି ପରୀକ୍ଷା ୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷା, ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର ମୁଖ୍ୟ ଲିଖିତ ପରୀକ୍ଷା ଓ ମିଳିତ ଉଚ୍ଚ ମାଧ୍ୟମିକ ନିଯୁକ୍ତିର ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଅକ୍ଟୋବରରେ ସିଜିଏଲ ପ୍ରିଲିମିନାରୀ ପରୀକ୍ଷା, ସିଆରଇ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post