ଓଏସଏସସି ପକ୍ଷରୁ ମିଳିତ ସ୍ନାତକ ସ୍ତରୀୟ (ସିଜିଏଲ) ୨୦୨୩ ପରୀକ୍ଷାକୁ ନେଇ ଆସିଛି ଏକ ବଡ଼ ଖବର । ଯୋଗ୍ୟ ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ନିଯୁକ୍ତି ମିଳିବ । ଗତ ମାସ ୧୪ ତାରିଖରୁ ଏହାର ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୧୪ ତାରିଖରେ ତାହା ସମାପ୍ତ ହେବ । ନିକଟରେ ଏହି ପଦ ସଂଖ୍ୟା ବୃଦ୍ଧି ପାଇବା ଫଳରେ ମୋଟ ପଦ ସଂଖ୍ୟା ୫୦୪ରେ ପହଞ୍ଚିଥିଲା ।ତେବେ ସିଜିଏଲ ୨୦୨୩ ପାଇଁ ଅନଲାଇରେ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ମଧ୍ୟରେ ଓଏସଏସସି ପକ୍ଷରୁ ଏକ ନୋଟିସ୍ ଜାରି କରାଯାଇଛି । କିଛି ପ୍ରାର୍ଥୀ ଅଡିଟର ପଦ ଓ ମାଥମେଟିକ୍ସ ଟେଷ୍ଟର ଆପ୍ଲିକେସନ ପାଇଁ ପ୍ରାସଙ୍ଗିକ ମାର୍କ କରିପାରିନଥିବା ଦେଖାଯାଇଛି । ତେଣୁ ଯଦି ସମ୍ଭବ ହୁଏ ସେହି ପ୍ରାର୍ଥୀମାନେ ଉକ୍ତ ତ୍ରୁଟିକୁ ସଂଶୋଧନ କରିପାରିବେ ।
Trending
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
- ହଜାର ବର୍ଷର କଟକ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖନ୍ତୁ: ମୁଖ୍ୟମନ୍ତ୍ରୀ
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Prev Post
Next Post