ବଚ୍ଚନ ପରିବାରେ କିଛି ଭଲ ଚାଲିନି । ଏ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ଅଲଗା ହୋଇପାରନ୍ତି ବଲିଉଡ କପୁଲ ଐଶ୍ଚର୍ଯ୍ୟା ରାୟ ଓ ଅଭିଷେକ ବଚ୍ଚନ। ଦୁହିଁଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ ଛାଡ଼ପତ୍ରରେ ସରିବ ବୋଲି ଚର୍ଚ୍ଚା ଜୋର ଧରିଛି। ଉଭୟଙ୍କ ମଧ୍ୟରେ ବହୁ ଦିନରୁ ବିବାଦ ଲାଗି ରହିଥିଲା। ଏପରିକି ଐଶ୍ୱର୍ଯ୍ୟା ନିଜ ଝିଅ ଆରାଧ୍ୟାଙ୍କ ସହିତ ବଚ୍ଚନ ପରିବାର ଠାରୁ ଅଲଗା ହୋଇ ରହୁଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ଅନେକ କାର୍ଯ୍ୟକ୍ରମରେ ବଲିଉଡ ତାରକା ଐଶ୍ଚର୍ଯ୍ୟା ରାୟ ବଚ୍ଚନଙ୍କ ସହ ଅଭିଷେକ ବଚ୍ଚନଙ୍କ ଉପସ୍ଥିତ ରହୁଛନ୍ତି । ସୋସିଆଲ ମିଡିଆରେ ଉଭୟଙ୍କ ମଧ୍ୟରେ ମତଭେଦ ହେବା କଥା ସାମନାକୁ ଆସିଥିଲା । ତେବେ ଏଥିରେ ପାରିବାରିକ କାରଣ ରହିଥିବା ସୂଚନା ମିଳୁଛି । ଶାଶୁ ଜୟା ବଚ୍ଚନ ଓ ନଣନ୍ଦ ଶ୍ବେତା ବଚ୍ଚନ ପାରିବାରିକ ବିବାଦ ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି।ଏଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ସେମାନଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଦୀର୍ଘ ଦିନ ଧରି ହେଡଲାଇନରେ ରହିଆସିଥିବା ବେଳେ ଐଶ୍ୱର୍ଯ୍ୟା ରାୟ ଅଭିଷେକ ବଚ୍ଚନଙ୍କ ବଙ୍ଗଳା ଅର୍ଥାତ୍ ‘ଜାଲସା’ ଛାଡିଛନ୍ତି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post