ଚଳଚ୍ଚିତ୍ର ଦୁନିଆରୁ ଆସିଛି ଏକ ଦୁଃଖଦ ଖବର । ଭେଟେରାନ ବଲିଉଡ ଅଭିନେତା ନଇମ ସୟିଦ ଆଉ ନାହାନ୍ତି । ଦର୍ଶକଙ୍କ ମଧ୍ୟରେ ‘ଜୁନିୟର ମେହମୁଦ’ ଭାବେ ପ୍ରସିଦ୍ଧି ଅର୍ଜନ କରିଥିବା ଏହି ଅଭିନେତା ଜଣଙ୍କ ଦୀର୍ଘଦିନ ଧରି କର୍କଟ ରୋଗ ସହ ଲଢ଼େଇ କରିବା ପରେ ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । ମୁମ୍ବାଇର ଖର ସ୍ଥିତ ତାଙ୍କ ବାସଭବନରେ ଜୁନିୟର ମେହମୁଦ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି ।ଜୁନିୟର ମେହମୁଦଙ୍କ ବିୟୋଗରେ ବଲିଉଡ ସହ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଗତକାଲି ରାତି ୨.୧୫ ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ପାକସ୍ଥଳୀ କର୍କଟ ରୋଗ କାରଣରୁ ସେ ଦୀର୍ଘଦିନ ଧରି ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସେ ୧୯୬୦-୭୦ ଦଶକରେ ଜଣେ ଶିଶୁ କଳାକାର ଭାବେ ଖ୍ୟାତି ଅର୍ଜନ କରିଥିଲେ ।ସେ ଦୀର୍ଘ ୪୦ ବର୍ଷ ଧରି ଅଭିନୟ ଜଗତ ସହ ଜଡ଼ିତ ରହିଥିଲେ । ସେ ୨୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post