ରେକଟ କଲା ‘ସ୍ତ୍ରୀ-୨’
ଅଗଷ୍ଟ ୧୫ରେ ପ୍ରେକ୍ଷାଳୟରେ ତିନୋଟି ବଡ ଚଳଚ୍ଚିତ୍ର ‘ସ୍ତ୍ରୀ-୨’, ‘ଖେଲ ଖେଲ ମେଁ’ ଏବଂ ‘ବେଦା’ ରିଲିଜ୍ ହୋଇଥିଲା। ସମସ୍ତ ତିନୋଟି ଚଳଚ୍ଚିତ୍ରରେ ବଲିଉଡର ବଡ଼ ବଡ଼ କଳାକାର କାମ କରିଥିବା ବେଳେ ଏବେ ବଲିଉଡ ଅଭିନେତା ଅକ୍ଷୟ କୁମାର ଓ ଜନ୍ ଆବ୍ରାହିମଙ୍କୁ ଟକ୍କର ଦେଇ ଆଗେଇ ଚାଲିଛନ୍ତି ରାଜକୁମାର ରାଓ। ଅର୍ଥାତ୍ ତାଙ୍କ ଅଭିନୀତ ଫିଲ୍ମ ‘ସ୍ତ୍ରୀ-୨’ ଏବେ ଅନେକ ବଡ଼ ବଜେଟ ଫିଲ୍ମର ରେକର୍ଡ ଭାଙ୍ଗିଛି। କମ ବଜେଟରେ ନିର୍ମିତ ଫିଲ୍ମ ‘ସ୍ତ୍ରୀ-୨’ ରିଲିଜର ପ୍ରଥମ ଦିନରେ ୭୬.୫କୋଟି ଟଙ୍କା ଆୟ କରିଥିବା ବେଳେ ଦ୍ବିତୀୟ ଦିନରେ ୩୦କୋଟିରୁ ଅଧିକ ଆୟ କରିଥିଲା। ଏବେ ଫିଲ୍ମ ରିଲିଜକୁ ୬ଦିନ ବିତିଥିବା ବେଳେ ୬ଦିନର ଆୟ ଅନେକ ବଡ଼ ବଜେଟ ଫିଲ୍ମକୁ ପଛରେ ପକାଇଥିବା ଜଣାପଡ଼ିଛି।