ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଟିମ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ତାଲିକାରେ ସ୍ଥାନ ପାଇଛି ଓଡ଼ିଆ ଚଳଚ୍ଚିତ୍ର । ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ବିବେଚିତ କରାଯାଇଛି। ଶେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’ ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବା ପରେ ଓଡ଼ିଶା ଫିଲ୍ମ ଜଗତରେ ଖୁସି ଖେଳିଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଖସିପ୍ରକଟ କରି କହିଛନ୍ତି ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଥିବାରୁ ଚଳଚ୍ଚିତ୍ରର ନିର୍ଦ୍ଦେଶକ, ଅଭିନେତାଙ୍କ ସମେତ ଏଥିସହ ଜଡ଼ିତ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି ।
ଶେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’ ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବା ଅତ୍ୟନ୍ତ ଖୁସିର ବିଷୟ। ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଥିବାରୁ ଚଳଚ୍ଚିତ୍ରର ନିର୍ଦ୍ଦେଶକ, ଅଭିନେତାଙ୍କ ସମେତ ଏଥିସହ ଜଡ଼ିତ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। #69thNationalFilmAwards #NationalFilmAwards2023 pic.twitter.com/lps8m51FoF
— Naveen Patnaik (@Naveen_Odisha) August 24, 2023
ବାପା-ପୁଅ ସମ୍ପର୍କ ଉପରେ ଆଧାରିତ ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପୋନ୍ସ ମିଳିଥିଲା। ପ୍ରତୀକ୍ଷାର ନିର୍ମାତା ଓ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ହୋଇଥିବା ବେଳେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ଦୀପନ୍ୱିତ ଦାସମହାପାତ୍ର ଓ ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର । ଏହି ଫିଲ୍ମରେ ଭୁବନେଶ୍ୱରରେ ରହୁଥିବା ଏକ ସାଧାରଣ ମଧ୍ୟବିତ ପରିବାରର ସ୍ୱପ୍ନ, ଆକାଂକ୍ଷା ଓ ନିରାଶାକୁ ନିଖୁଣ ଭାବରେ ଦର୍ଶାଯାଇଛି। ମଧ୍ୟବିତ ପରିବାରର ଯୁବକର ଚାକିରି ପାଇଁ କେମିତି ସଂଘର୍ଷ । ଏଥିସହିତ ଜଣେ ବାପା ଓ ପୁଅର ଏକ ଜଟିଳ ସମ୍ପର୍କକୁ ଅତି ସରଳ ଭାବେ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଉଦ୍ୟମ କରାଯାଇଥିଲା।