ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ
‘ପୁଷ୍ପା ୨: ଦି ରୁଲ୍’ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରି ସେ କହିଛନ୍ତି ଯେ, ଏହି ଘଟଣାକୁ ନେଇ ମୁଁ ଖୁବ୍ ଦୁଃଖିତ ଏବଂ ମୃତ ମହିଳାଙ୍କ ପରିବାରକୁ ସେ ୨୫ଲକ୍ଷ ଟଙ୍କାର ସହାୟତା ରାଶି ଦେବେ।