ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି

ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ କି ନାହିଁ, ତାହାର ପୂର୍ଣ୍ଣଛେଦ ପଡ଼ିଛି। ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର।

ବହୁଦିନ ଧରି ଚର୍ଚ୍ଚା ହେଉଥିଲା ଯେ, ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ଭିତରେ ପ୍ରେମ ସମ୍ପର୍କ ରହିଛି, ଏମିତିକି ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ପ୍ରକାଶ ପାଇଥିଲା ଯେ ଏଇ ଦୁଇଜଣ ଖୁବଶିଘ୍ର ବିବାହ କରିବାକୁ ଯାଉଛନ୍ତି। ଏବେ ନିର୍ବନ୍ଧର ଫଟୋ ଆସିବା ପରେ ଅନୁଭବ ଜାଗୃତିଙ୍କୁ ବିବାହ କରିବା ନେଇ ସ୍ପଷ୍ଟ ହୋଇଛି। ଜାଗୃତି ଶୁକ୍ଲାଙ୍କ ବାବଦରେ ପ୍ରାୟ ସମସ୍ତେ ଉଣା ଅଧିକ ଜାଣନ୍ତି। ବର୍ଷାଙ୍କ ସହ ବିବାହ ବିଚ୍ଛେଦ ସମୟରେ ତାଙ୍କ ନାମ ଓ ଚେହେରା ଗଣମାଧ୍ୟମ ଏବଂ ଲୋକଙ୍କ ସାମ୍ନାକୁ ଆସିଥିଲା। ସେହି ସମୟରେ ଜାଗୃତିଙ୍କୁ ନେଇ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳିଥିଲା। ଏପରିକି କେହିକେହି ବର୍ଷା-ଅନୁଭବଙ୍କ ବିବାହ ବିଚ୍ଛେଦର କାରଣ ଜାଗୃତିଙ୍କୁ ବୋଲି ଧରି ନେଇଥିଲେ। ବର୍ତ୍ତମାନ ବିବାହ ଖବର ଶୁଣି ସୁପରଷ୍ଟାରଙ୍କ ଫ୍ୟାନମାନେ ଯେତେ ଖୁସି ଅଛନ୍ତି ତା’ଠାରୁ ଅଧିକ ଆଶ୍ଚର୍ଯ୍ୟ ଅଛନ୍ତି ଓଡ଼ିଶାବାସୀ।