ଓଡ଼ିଆ ସିନେଜଗତର ଲୋକପ୍ରିୟ ନୃତ୍ୟ ନିର୍ଦ୍ଦେଶକ ତଥା ନିର୍ଦ୍ଦେଶକ ସୁଧାକର ବସନ୍ତ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବାର ଖବର ମିଳିଛି। କଟକ ଜିଲ୍ଲା ଚୌଦ୍ୱାରଠାରେ ତାଙ୍କ କାର ଦୁର୍ଘଟଣାଗସ୍ତ ହୋଇଛି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ କାରକୁ ସୁଧାକର ବସନ୍ତଙ୍କ ଗାଡ଼ି ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡ଼ିଟି ପୂରା ଭାଙ୍ଗି ଯାଇଛି। କାର ଭିତରେ ଦୁଇ ଜଣ ଫସିଯାଇଥିଲେ। ନିକଟରେ ଥିବା ଲୋକେ କାରକୁ କାଟି ଭିତରୁ ଦୁଇ ଜଣଙ୍କୁ ବାହାର କରାଯାଇଥିଲା।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Next Post