ଓଡ଼ିଆ ସିନେଜଗତର ଲୋକପ୍ରିୟ ନୃତ୍ୟ ନିର୍ଦ୍ଦେଶକ ତଥା ନିର୍ଦ୍ଦେଶକ ସୁଧାକର ବସନ୍ତ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବାର ଖବର ମିଳିଛି। କଟକ ଜିଲ୍ଲା ଚୌଦ୍ୱାରଠାରେ ତାଙ୍କ କାର ଦୁର୍ଘଟଣାଗସ୍ତ ହୋଇଛି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ କାରକୁ ସୁଧାକର ବସନ୍ତଙ୍କ ଗାଡ଼ି ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡ଼ିଟି ପୂରା ଭାଙ୍ଗି ଯାଇଛି। କାର ଭିତରେ ଦୁଇ ଜଣ ଫସିଯାଇଥିଲେ। ନିକଟରେ ଥିବା ଲୋକେ କାରକୁ କାଟି ଭିତରୁ ଦୁଇ ଜଣଙ୍କୁ ବାହାର କରାଯାଇଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post