ସାଉଥ୍ ଇଣ୍ଡଷ୍ଟ୍ରିରେ ଜଣେ ଜଣାଶୁଣା ଅଭିନେତା ନାଗା ଚୈତନ୍ୟ । ସେ ଫିଲ୍ମ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ତେବେ ନାଗା ୨୦୧୭ରେ ସାମନ୍ଥା ରୁଥ୍ ପ୍ରଭୁଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ଦୁହେଁ ଦୁହିଁଙ୍କୁ କିଛି ବର୍ଷ ଧରି ଡେଟ୍ କରିଥିଲେ। ଏହାପରେ ୨୦୨୧ରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା। ଛାଡ଼ପତ୍ର ପରେ ଅଭିନେତା ନାଗା ଏବେ ତାଙ୍କ ଦ୍ୱିତୀୟ ବିବାହ ପାଇଁ ପ୍ରସ୍ତୁତ ହେଉଥିବା ଶୁଣିବାକୁ ମିଳୁଛି। ସେ ଜଣେ ବ୍ୟବସାୟୀ ପରିବାରର ଝିଅଙ୍କୁ ବିବାହ କରିବେ ବୋଲି ସୂଚନା ମିଳିଛି। ଚଳିତବର୍ଷ ଶେଷକୁ ସେ ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ସେହି ଝିଅଙ୍କ ବାବଦରେ କୌଣସି ସୂଚନା ମିଳିନାହିଁ। ହେଲେ ସେ ଗ୍ଲାମରସ୍ ଦୁନିଆରୁ ବହୁତ ଦୂରରେ ଥିବା ଜଣାପଡ଼ିଛି। ଛାଡ଼ପତ୍ର ପରେ ନାଗା ଅଭିନେତ୍ରୀ ଶୋଭିତା ଧୂଲିପାଲାଙ୍କୁ ଡେଟ୍ କରୁଥିବା ଚର୍ଚ୍ଚା ହେଉଥିଲା। ନାଗା ତାଙ୍କ ଫିଲ୍ମ କ୍ୟାରିୟର ୨୦୦୯ରୁ ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ସିନେମା ଦର୍ଶକଙ୍କୁ ଭେଟି ଦେଇସାରିଲେଣି। ଶେଷ ଥର ପାଇଁ ତାଙ୍କୁ ଫିଲ୍ମ ‘କଷ୍ଟଡି’ରେ ଦେଖିବାକୁ ମିଳିଥିଲା।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ