ସାଉଥ୍ ଇଣ୍ଡଷ୍ଟ୍ରିରେ ଜଣେ ଜଣାଶୁଣା ଅଭିନେତା ନାଗା ଚୈତନ୍ୟ । ସେ ଫିଲ୍ମ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ତେବେ ନାଗା ୨୦୧୭ରେ ସାମନ୍ଥା ରୁଥ୍ ପ୍ରଭୁଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ଦୁହେଁ ଦୁହିଁଙ୍କୁ କିଛି ବର୍ଷ ଧରି ଡେଟ୍ କରିଥିଲେ। ଏହାପରେ ୨୦୨୧ରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା। ଛାଡ଼ପତ୍ର ପରେ ଅଭିନେତା ନାଗା ଏବେ ତାଙ୍କ ଦ୍ୱିତୀୟ ବିବାହ ପାଇଁ ପ୍ରସ୍ତୁତ ହେଉଥିବା ଶୁଣିବାକୁ ମିଳୁଛି। ସେ ଜଣେ ବ୍ୟବସାୟୀ ପରିବାରର ଝିଅଙ୍କୁ ବିବାହ କରିବେ ବୋଲି ସୂଚନା ମିଳିଛି। ଚଳିତବର୍ଷ ଶେଷକୁ ସେ ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ସେହି ଝିଅଙ୍କ ବାବଦରେ କୌଣସି ସୂଚନା ମିଳିନାହିଁ। ହେଲେ ସେ ଗ୍ଲାମରସ୍ ଦୁନିଆରୁ ବହୁତ ଦୂରରେ ଥିବା ଜଣାପଡ଼ିଛି। ଛାଡ଼ପତ୍ର ପରେ ନାଗା ଅଭିନେତ୍ରୀ ଶୋଭିତା ଧୂଲିପାଲାଙ୍କୁ ଡେଟ୍ କରୁଥିବା ଚର୍ଚ୍ଚା ହେଉଥିଲା। ନାଗା ତାଙ୍କ ଫିଲ୍ମ କ୍ୟାରିୟର ୨୦୦୯ରୁ ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ସିନେମା ଦର୍ଶକଙ୍କୁ ଭେଟି ଦେଇସାରିଲେଣି। ଶେଷ ଥର ପାଇଁ ତାଙ୍କୁ ଫିଲ୍ମ ‘କଷ୍ଟଡି’ରେ ଦେଖିବାକୁ ମିଳିଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ