ଅଳ୍ପ ଦିନ କ୍ୟାରିଅରରେ ରଶ୍ମିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ବଡ଼ ସ୍ଥାନ ହାସଲ କରିଛନ୍ତି। ଯେଉଁଥିପାଇଁ ତାଙ୍କୁ ସମସ୍ତେ କ୍ରସ୍ ଗାର୍ଲ ବୋଲି କୁହନ୍ତି। ନିକଟରେ ରଶ୍ମିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ୭ ବର୍ଷ କ୍ୟାରିଅର ପୂରଣ କରିଛନ୍ତି। ତେବେ ଏହି କ୍ୟାରିଅର ଭିତରେ ସେ ଅନେକ ଆକ୍ଟରଙ୍କ ସହ କାମ କରିଛନ୍ତି। କିନ୍ତୁ ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ସହ ତାଙ୍କର ଯୋଡି ଖୁବ ଜମିଥିଲା। ଏହା ପରେ ଉଭୟେ ଉଭୟଙ୍କୁ ପ୍ରେମ କରୁଛନ୍ତି ବୋଲି ଅନେକ ସମୟରେ ଚର୍ଚ୍ଚା ଦେଖିବାକୁ ମିଳୁଥିଲା। କିନ୍ତୁ ଏହି ଚର୍ଚ୍ଚା ଏବେ ବାସ୍ତବ ରୂପ ନେବ ବୋଲି କୁହାଯାଉଛି। ଅର୍ଥାତ ରଶ୍ମିକା ଖୁବଶୀଘ୍ର ବିଜୟ ଦେବରକୋଣ୍ଡାଙ୍କୁ ବିବାହ କରିବାକୁ ଯାଉଛନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।ତେବେ ବିଭିନ୍ନ ଗଣମାଧ୍ୟମର ଚର୍ଚ୍ଚା ଅନୁଯାୟୀ, କୁହାଯାଉଛି ଚଳିତ ଫେବ୍ରୁଆରୀ ମାସରେ ବିବାହ ପାଇଁ ଉଭୟ ନିର୍ବନ୍ଧ କରିବେ। ହେଲେ ଏପର୍ୟ୍ୟନ୍ତ ଦୁହେଁ କୌଣସି ସ୍ପଷ୍ଟିକରଣ ଦେଇନାହାନ୍ତି। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ଦୁହିଁଙ୍କ ପ୍ରଶଂସକ ଖୁସି ହୋଇଯାଇଛନ୍ତି। କାରଣ ଏହି ଯୋଡିଙ୍କୁ ଯୁବପିଢ଼ି ମାନେ ଖୁବ ପସନ୍ଦ କରନ୍ତି।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
Prev Post
Next Post