ଚଳଚ୍ଚିତ୍ର ଦୁନିଆରୁ ଆସିଛି ଏକ ଦୁଃଖଦ ଖବର । ଭେଟେରାନ ବଲିଉଡ ଅଭିନେତା ନଇମ ସୟିଦ ଆଉ ନାହାନ୍ତି । ଦର୍ଶକଙ୍କ ମଧ୍ୟରେ ‘ଜୁନିୟର ମେହମୁଦ’ ଭାବେ ପ୍ରସିଦ୍ଧି ଅର୍ଜନ କରିଥିବା ଏହି ଅଭିନେତା ଜଣଙ୍କ ଦୀର୍ଘଦିନ ଧରି କର୍କଟ ରୋଗ ସହ ଲଢ଼େଇ କରିବା ପରେ ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । ମୁମ୍ବାଇର ଖର ସ୍ଥିତ ତାଙ୍କ ବାସଭବନରେ ଜୁନିୟର ମେହମୁଦ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି ।ଜୁନିୟର ମେହମୁଦଙ୍କ ବିୟୋଗରେ ବଲିଉଡ ସହ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଗତକାଲି ରାତି ୨.୧୫ ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ପାକସ୍ଥଳୀ କର୍କଟ ରୋଗ କାରଣରୁ ସେ ଦୀର୍ଘଦିନ ଧରି ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସେ ୧୯୬୦-୭୦ ଦଶକରେ ଜଣେ ଶିଶୁ କଳାକାର ଭାବେ ଖ୍ୟାତି ଅର୍ଜନ କରିଥିଲେ ।ସେ ଦୀର୍ଘ ୪୦ ବର୍ଷ ଧରି ଅଭିନୟ ଜଗତ ସହ ଜଡ଼ିତ ରହିଥିଲେ । ସେ ୨୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post