ଅଭିନେତା ଏବଂ ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ସେ ଅସୁସ୍ଥ ଅଛନ୍ତି । ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବା କାରଣରୁ କାଲକାତାର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିବା ରିପୋର୍ଟରୁ ପ୍ରକାଶ । ମିଥୁନଙ୍କ ପ୍ରଶଂସକମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ତେବେ ମିଥୁନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କିତ ଅଧିକ ଡିଟେଲ୍ସ ଜଣାପଡ଼ି ନାହିଁ ।ମିଥୁନ ଚକ୍ରବର୍ତ୍ତୀଙ୍କୁ ଭାରତ ସରକାରଙ୍କଦ୍ବାରା ପ୍ରଦତ୍ତ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଭୂଷଣ ପ୍ରଦାନ କରାଯିବ ବୋଲି ଜାନୁଆରି ୨୪ରେ ଘୋଷଣା କରାଯାଇଥିଲା। ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ବ୍ୟକ୍ତ କରି ଭିଡିଓ ବାର୍ତ୍ତାରେ ବଙ୍ଗଳା ଭାଷାରେ ଚକ୍ରବର୍ତ୍ତୀ କହିଥିଲେ, ମୁଁ ଗୌରବାନ୍ବିତ। ଏ ସମ୍ମାନ ଗ୍ରହଣ କରି ମୁଁ ଆନନ୍ଦିତ। ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ମୁଁ କେବେ କାହାକୁ କିଛି ମାଗିନାହିଁ। ନ ମାଗି ମଧ୍ୟ କିଛି ପାଇଲେ ଯେମିତି ଲାଗେ, ମତେ ଆଜି ସେମିତି ଲାଗୁଛି।
Trending
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
Prev Post
Next Post