ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି ନୀତେଶ ତିଓ୍ବାରୀଙ୍କ ଡ୍ରିମ୍ ଚଳଚ୍ଚିତ୍ର ‘ରାମାୟଣ’ ନିର୍ମାଣ କରିବାର ସ୍ବପ୍ନ । ଏହି ଚଳଚ୍ଚିତ୍ର ପାଇଁ ମୁଖ୍ୟ ଚରିତ୍ର ତଥା ପ୍ରଭୁ ରାମ ଏବଂ ମାତା ସୀତାଙ୍କ କାଷ୍ଟିଂ ଶେଷ ହୋଇଛି। ଖବର ଅନୁଯାୟୀ ବଲିଉଡ ଅଭିନେତା ରଣବୀର କପୁର ଏହି ଫିଲ୍ମରେ ପ୍ରଭୁ ରାମ ଭୂମିକାରେ ଅଭିନୟ କରିବେ, ସେହିପରି ଦକ୍ଷିଣ ଅଭିନେତ୍ରୀ ସାଇ ପଲ୍ଲଭୀ ମାତା ସୀତା ଭୂମିକାରେ ଅଭିନୟ କରିବେ।ପୂର୍ବରୁ ଆଲିଆ ଭଟ୍ଟ ମାତା ସୀତା ଭୂମିକାରେ ଅଭିନୟ କରିବେ ବୋଲି ଚର୍ଚ୍ଚା ଥିଲା, କିନ୍ତୁ ତାରିଖ ସିଡ୍ୟୁଲ ହେତୁ ଆଲିଆ ଫିଲ୍ମରୁ ବାହାର ହୋଇଯାଇଥିଲେ। ବର୍ତ୍ତମାନ ନିର୍ମାତା ରାମ, ସୀତାଙ୍କ ଭୂମିକା ପାଇଁ ରଣବୀର-ସାଇ ପଲ୍ଲଭୀଙ୍କୁ କାଷ୍ଟ କରିଛନ୍ତି। ରିପୋର୍ଟ ଅନୁଯାୟୀ ଦକ୍ଷିଣ ସୁପରଷ୍ଟାର ୟଶଙ୍କୁ ଏହି ଚଳଚ୍ଚିତ୍ରରେ ରାବଣ ଭୂମିକାରେ ଦେଖିବାକୁ ମିଳିବ।ନିତେଶ ତିୱାରୀ ତାଙ୍କ ଡ୍ରିମ୍ ଚଳଚ୍ଚିତ୍ର ‘ରାମାୟଣ’କୁ ଦୁଇ ଭାଗରେ କରିବାକୁ ଯୋଜନା କରୁଛନ୍ତି। ପ୍ରଥମ ଭାଗରେ ରଣବୀର କପୁର ଏବଂ ସାଇ ପାଲ୍ଲାଭୀଙ୍କ ଉପରେ ଧ୍ୟାନ ଦିଆଯିବ। ରିପୋର୍ଟରେ କୁହାଯାଇଛି ଯେ ରଣବୀର କପୁର ଏବଂ ସାଇ ପାଲ୍ଲାଭି ୨୦୨୪ ଆରମ୍ଭରେ ‘ରାମାୟଣ’ ପ୍ରଥମ ଭାଗ ପାଇଁ ଶୁଟିଂ ଆରମ୍ଭ କରିବେ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post