ସାଉଥ୍ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁ ସିନେମା ଜଗତରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ଭାବେ ଜଣାଶୁଣା। ସେ ଫିଲ୍ମ ବ୍ୟତୀତ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ଅନେକ ସମୟରେ ଲାଇମଲାଇଟ୍ରେ ରୁହନ୍ତି। ଫିଲ୍ମ ‘ପୁଷ୍ପା-୨’ରେ ତାଙ୍କର ଆଇଟମ୍ ଗୀତ ପାଇଁ ସେ ଅଧିକ ଚର୍ଚ୍ଚାରେ ରହିଥିଲେ। ଏବେ ସେ ବଲିଉଡ୍ ଭାଇଜାନ୍ ସଲମାନ୍ ଖାନ୍ଙ୍କ ସହିତ ରୋମାନ୍ସ କରିବେ ବୋଲି ଏକ ଖବର ଆସିଛି। ରିପୋର୍ଟ ମୁତାବକ, କରଣ ଜୋହରଙ୍କ ନିର୍ଦ୍ଦେଶିତ ଏକ ଚଳଚ୍ଚିତ୍ରରେ ସାମନ୍ଥା ନଜରକୁ ଆସିବାକୁ ଯାଉଛନ୍ତି। ଏଥିରେ ପ୍ରସିଦ୍ଧ ସାଉଥ୍ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବଂ ତ୍ରିଶାଙ୍କୁ ମଧ୍ୟ ଦେଖିବାକୁ ମିଳିବ ବୋଲି କୁହାଯାଉଛି। ତେବେ ସାମନ୍ଥା ନିକଟରେ ଏକ ରୋଗରେ ପୀଡ଼ିତ ଥିଲେ। ସେଥିପାଇଁ ସେ ସିନେମା ଜଗତରୁ କିଛି ସମୟ ପାଇଁ ବିରତି ନେଇ ତାଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଉଥିଲେ। ନିକଟରେ ସାମନ୍ଥାଙ୍କୁ ଫିଲ୍ମ ‘କୁଶି’ରେ ଦେଖିବାକୁ ମିଳିଥିଲା। ସାମନ୍ଥା ୨୦୧୦ରୁ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସମୟରେ ସେ ଅନ୍ୟ ଏକ ଫିଲ୍ମ ଶୁଟ୍ରେ ବ୍ୟସ୍ତ ଅଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post