ଖରା ଦିନରେ ଆମ୍ବ କାହାକୁ ବା ଭଲ ନଲାଗେ । ଖରା ଦିନରେ ଏହି ଫଳ ବଜାରରେ ପସରା ମେଲାଇଥାଏ । ଭାରତୀୟ ସଂସ୍କୃତି ସହ ଓତୋପ୍ରୋତଃ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ଏହି ଫଳରେ ରହିଛି ଅନେକ ଔଷଧୀୟ ଗୁଣ ।ଆମ୍ବରେ ପ୍ରାୟ ୨୦ ଟି ବିଭିନ୍ନ ଖଣିଜ ପଦାର୍ଥ ଏବଂ ଭିଟାମିନ୍ ଥାଏ I ଉଭୟ କଂଚା ଓ ପାଚିଲା ଆମ୍ବରେ ପୌଷ୍ଟିକ ତତ୍ୱ ଭରପୁର ଥାଏ I ଏହା ରୋଗ ପ୍ରତିରୋଧକ ଶକ୍ତିରେ ସାହାଯ୍ୟ କରିଥାଏ I ଏସିଡିଟି ସମସ୍ୟା ଥିଲେ କଞ୍ଚା ଆମ୍ବ ଖାଇବା ଖୁବ ଲାଭଦାୟକ ହୋଇଥାଏ I ପେଟରେ ସମସ୍ତ ପ୍ରକାର ବିକାର ଦୂର ହୋଇଥାଏ I କଞ୍ଚା ଆମ୍ବ ନିୟମିତ ଖାଇବା ଫଳରେ ତ୍ୱଚା ଉଜ୍ୱଳ ହୁଏ I ଶରୀରରେ ଆଇରନ ଅଭାବ ରହିଥିଲେ ତାହା ମଧ୍ୟ ପୂରଣ ହୋଇପାରିବ I ମଧୁମେହ ରୋଗରେ ପୀଡିତ ହୋଇଥିଲେ କଞ୍ଚା ଆମ୍ବ ଖାଆନ୍ତୁ I ଏହାଦ୍ୱାରା ଆପଣଙ୍କ ସୁଗାର ସ୍ତର କମ ହୋଇଯିବ I କର୍କଟ, ହୃଦରୋଗ ସମ୍ବନ୍ଧୀୟ ସମସ୍ୟା ଏବଂ ଅନ୍ୟାନ୍ୟ ସମସ୍ୟା ଭଳି ଅନେକ ରୋଗକୁ ରୋକିପାରେଆମ୍ବ ଟାକୁଆରେ ସାଇଟ୍ରିକ୍ ଏସିଡ୍ ଥାଏ I ଏହା ହଜମ ପ୍ରକ୍ରିୟାକୁ ଠିକ୍ ରଖିବାରେ ସହାୟକ ହୋଇଥାଏ I ଓଜନ କମାଇବାରେ ସାହାଯ୍ୟ କରେ I ଶରୀରରେ କ୍ୟାଲସିୟମ ବଢାଇବା ସହିତ ହାଡକୁ ମଜବୁତ କରିଥାଏ I ଓଜନ କମାଇବାରେ ସାହାଯ୍ୟ କରେ I ଯଦି ଆପଣ ବିଷଦଗ୍ରସ୍ତ ତେବେ କଞ୍ଚା ଆମ୍ବ ଚଟଣୀ ବା ଅନ୍ୟ ରୂପରେ ଏହାକୁ ଏହାକୁ ଖାଇପାରିବେ
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post