କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ମିଳି ନ ଥାଏ। ଦୁଇଟିଯାକ କିଡ୍ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍’ ବା ଏଆର୍ଏଫ୍। କିଡ୍ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ା ବାନ୍ତି ଯୋଗୁ ଡିହାଇଡ୍ରେସନ୍ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍ କିଡ୍ନୀ ଅକ୍ଷମତା ପ୍ରକାଶପାଏ। ପରିସ୍ରାର ପରିମାଣ କମିଯିବା, ଅଇ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକ୍ରିୟାରେ କଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍ ନିୟନ୍ତ୍ରଣରେ ନ ଥିଲେ ଯନ୍ତ୍ରଣା କମେଇବା ପାଇଁ ମୁଠା ମୁଠା ପେନ୍କିଲର୍ ଓଷଧ ଖାଇଲେ ପୁରୁଷମାନଙ୍କଠାରେ ଏହାର ପ୍ରଭାବ ପଡ଼େ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post