ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଏହା ବଢ଼ାଇଥାଏ। ପ୍ରାୟ ୭୦ ପ୍ରତିଶତ ଶକ୍ତି ଆମେ ଦହିରୁ ହିଁ ପାଇଥାଉ। ଦହିରେ କ୍ୟାଲ୍ସିୟମ୍ ଥିବାରୁ ଏହା ଅସ୍ଥି ଓ ଆଣ୍ଠୁଗଣ୍ଠିକୁ ମଜଭୁତ କରିବାରେ ସାହାଯ୍ୟ କରେ। ଅଷ୍ଟିଓପୋରେସିସ୍ ସମସ୍ୟ ଆଶଙ୍କାକୁ କେତେକାଂଶରେ ଦୂର କରିଥାଏ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ଦାନ୍ତମୂଳକୁ ଦୃଢ଼ ରଖେ। ଚର୍ମ ଏବଂ କେଶକୁ ବଢ଼ିବାରେ ଦହି ମଧ୍ୟ ସାହାଯ୍ୟ କରେ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହାଦ୍ୱାରା କ୍ଷତ ହୋଇଥିବା ସ୍ଥାନରେ ନୂଆ ଚର୍ମ ମଧ୍ୟ ଆପେ ସୃଷ୍ଟିି ହୋଇଯାଏ। ଏହା ମଧ୍ୟ ପାଚନ କ୍ରିୟାକୁ ଆହୁରି ଦୃଢ଼ କରିଥାଏ। କେବଳ ସେତିକି ନୁହେଁ, କୋଲେଷ୍ଟରଲ ଏବଂ ମେଦ ବହୁଳତାକୁ ଏହା କେତେକାଂଶ ନିୟନ୍ତ୍ରଣରେ ରଖିଥାଏ। ଉଚ୍ଚ ରକ୍ତଚାପ ସମସ୍ୟା ପାଇଁ ଏହା ମଧ୍ୟ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ନିୟମିତ ଦହି ଖାଇଲେ ତାହା ହୃତ୍ପିଣ୍ଡ ବା ହାର୍ଟକୁ ସୁସ୍ଥ ରଖିଥାଏ। ଜଣେ ଡାଇବେଟିସ୍ ରୋଗୀ ଏହାକୁ ନିଜର ଖାଦ୍ୟ ତାଲିକାରେ ସାମିଲ କରିପାରିବେ।
Trending
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
Prev Post
Next Post