ଆଜିକାଲି ଆମେ ଯଦି ନିଜର ଖାଦ୍ୟ ପ୍ରତି ସତର୍କ ରହିବା ତେବେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରିବା। ବିଶେଷଭାବରେ ଅଧିକ ଫ୍ୟାଟ୍ ଜାତୀୟ ଖାଦ୍ୟ ପରବର୍ତ୍ତୀ ସମୟରେ କିଛି ରୋଗକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ଅନ୍ୟପକ୍ଷରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ ହେଉ ଅବା ଫ୍ୟାଟ୍ ଜାତୀୟ ଖାଦ୍ୟ ଖାଇବା ଯୋଗୁ ବ୍ରେନ୍ ଷ୍ଟ୍ରୋକ୍ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ସତର୍କ ସୂଚନା ଦେଇଛନ୍ତି ୟୁନିଭର୍ସିଟି ଅଫ୍ ସିଓଲର ବିଶେଷଜ୍ଞମାନେ। ଏଭଳି ଖାଦ୍ୟ ନିୟମିତ ଏବଂ ଆବଶ୍ୟକତାଠାରୁ ଅଧିକ ଖାଇଲେ ତାହା ଶରୀରରେ ଚର୍ବି ପରିମାଣ ବଢ଼ାଇବାରେ ସାହାଯ୍ୟ କରିଥାଏ। ଏଥିଯୋଗୁ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ ଏବଂ ପରବର୍ତ୍ତୀ ସମୟରେ ଷ୍ଟ୍ରୋକ୍ ପରି ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଯୋଗୁ ହୃଦ୍ଜନିତ ସମସ୍ୟାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସବୁବେଳେ ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରିବା ନିହାତି ଦରକାର ବୋଲି ସେମାନେ ପରାମର୍ଶ ଦେଇଛନ୍ତି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post